ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ । ଉପକୂଳରେ ତାତିରୁ ଆସ୍ବସ୍ତି । ୧୦ ଜିଲ୍ଲାରେ ଝଡ଼ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି । ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବା ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବ ।
୨୪ ତାରିଖରେ ଉତ୍ତର ଉପକୂଳ ଜିଲ୍ଲା ସମେତ ବଲାଙ୍ଗୀର, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ ଓ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।