ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ତାତି କମିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳବୈଶାଖୀ ସମ୍ଭାବନା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତା 3 ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲ୍ଲାରେ ସ୍ୱାଭାବିକ ଠାରୁ ତାପମାତ୍ରା କମ ରହିଛି । ଆସନ୍ତା 48 ଘଣ୍ଟା ପରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି ।