ଓଡିଶା

odisha

ETV Bharat / city

୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ - bhubaneswar news

ସାରା ରାଜ୍ୟରେ ତାତି କମିଛି । ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ । ପାଣିପାଗ ବିଭାଗ ପକ୍ଷରୁ ସୂଚନା । ଅଧିକ ପଢନ୍ତୁ....

yellow warning issued to 16 district for rain
୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

By

Published : Apr 19, 2021, 10:05 PM IST

ଭୁବନେଶ୍ବର :ସାରା ରାଜ୍ୟରେ ତାତି କମିଛି । ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା 5 ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଏହାର ଆଖପାଖ ଜିଲ୍ଲା ଗୁଡିକରେ କାଳବୈଶାଖୀ ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ବାଲେଶ୍ୱର,ଭଦ୍ରକ,ଯାଜପୁର,କେନ୍ଦ୍ରାପଡା,ଜଗତସିଂହପୁର,କଟକ,ଗଜପତି,ଗଞ୍ଜାମ ,ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, ମୟୁରଭଞ୍ଜ,ରାୟଗଡା,କୋରାପୁଟ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଘଣ୍ଟା ପ୍ରତି 30 ରୁ 40 କିମି ବେଗରେ ପବନ ବହିପାରେ । ତାପମାତ୍ରାରେ କୌଣସି ପରିବର୍ତ୍ତନ ଆସିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୨.୦ ଡିଗ୍ରୀ ରହିଛି। ସେହିପରି ସୋନପୁରରେ ୪୧.୮,ବଲାଙ୍ଗୀରରେ ୪୦.୫,ଭବାନୀପାଟଣାରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାରେ ୩୬.00, ଭଦ୍ରକ ଚାନ୍ଦବାଲିରେ ୩୪.୦, ନୀଳଗିରିରେ ୩୪.୦ ଓ ଭଞ୍ଜନଗରରେ ୩୪.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details