ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷିବ । ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଉତ୍ତର ଉପକୂଳ ଓଡିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ସମେତ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜି ୨୦ ଜିଲ୍ଲାରେ ବିଜୁଳି ଘଡଘଡି ସହ କୋତେକ ସ୍ଥାନରେ ବର୍ଷା ହେବର ସମ୍ଭାବନା ରହିଛି। ଏଥିଯୋଗୁଁ ଏହି 20ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ଉତ୍ତର ଓଡିଶାର ସମସ୍ତ ୧୫ ଜିଲ୍ଲା ସମେତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାନା ରହିଛି । ଜୁନ ୧ରୁ ଅଗଷ୍ଟ ୨୨ ମଧ୍ୟରେ ରାଜ୍ୟରେ ୯୪୧.୯ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ଏହି ସମୟର ସ୍ବାଭାବିକ ବର୍ଷା ୮୨୨.୯ ମିମି ତୁଳନାରେ ୧୪ ପ୍ରତିଶତ ଅଧିକ ରହିଛି । ଏହି ସମୟ ମଧ୍ୟରେ କନ୍ଧମାଳରେ ସ୍ବାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି ।