ଓଡିଶା

odisha

ETV Bharat / city

ଝଡବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ - ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି-କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଉପକୂଳବର୍ତ୍ତୀ ଅଞ୍ଚଳରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

heavey rain
୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

By

Published : Jul 29, 2020, 6:39 PM IST

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଝଡବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି-କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଉପକୂଳବର୍ତ୍ତୀ ଅଞ୍ଚଳରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏକ ସରଳ ଲଗର ନିର୍ମାଣ ଏବଂ ପରୀକ୍ଷଣ କରିଛୁ

ଏନେଇ ଆସନ୍ତାକାଲି(ଗୁରୁବାର)କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, ନୂଆପଡା, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ଏବଂ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।

୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ଗତ ଜୁନ 1 ରୁ 29 ଜୁଲାଇ ମଧ୍ୟରେ ଓଡ଼ିଶାରେ ୪୭୩.୦ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ୫୩୮.୦ ମିମି ଠାରୁ ୧୨ ପ୍ରତିଶତ କମ ରେକର୍ଡ କରାଯାଇଛି। ଏହି ସମୟରେ ଓଡ଼ିଶାର ୧୧ ଗୋଟି ଜିଲ୍ଲା, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୋନପୁର ଠାରେ ସ୍ବାଭାବିକ ବର୍ଷା ଠାରୁ କମ ବର୍ଷା ରେକର୍ଡ କରାଯାଇଛି।

୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ତେବେ ବରଗଡ଼ ଜିଲ୍ଲା ବରପାଲି ଠାରେ ସର୍ବାଧିକ ୧୧୭.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡା ଠାରେ ୭୭.୬ ମିମି, କଟକ ଜିଲ୍ଲାର ବାଙ୍କୀ ଠାରେ ୭୫.୦ ମିମି ଏବଂ କୋରାପୁଟ ଜିଲ୍ଲାର କୋଟପାଡ଼ ଠାରେ ୬୬.୦ ମିମି ବର୍ଷା ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details