ଭୁବନେଶ୍ବର: ଓଡିଶାରେ ମୌସୁମୀ ସକ୍ରିୟ ରହିଛି, ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ଶନିବାର ସକାଳ 8.30 ସୁଦ୍ଧା 14 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ଖୋର୍ଦ୍ଧା, ସମ୍ବଲପୁର, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ।
Weather Update: ପ୍ରବଳ ବର୍ଷିବ, 14 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଓଡିଶା ମୌସୁମୀ ଅପଡେଟ
ଓଡିଶାରେ ମୌସୁମୀ ସକ୍ରିୟ ରହିଛି, ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ଶନିବାର ସକାଳ 8.30 ସୁଦ୍ଧା 14 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢନ୍ତୁ
14 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ
ସେହିପରି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଜୁନ 1 ତାରିଖରୁ 24 ତାରିଖ ପର୍ଯ୍ୟନ୍ତ 97.8 ମି.ମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବାଭାବିକ ବର୍ଷା 156.1ମିମି ଠାରୁ 37 ପ୍ରତିଶତ କମ । ମୟୂରଭଞ୍ଜ ଜିଲ୍ଲା ମୋରଡାରେ ସର୍ବାଧିକ 92.0 ମି.ମି ବର୍ଷା ରେକର୍ଡ କରାଯାଇଛି ।
ଇଟିଭି ଭାରତ, ଭୁବନେଶ୍ବର