ଓଡିଶା

odisha

ETV Bharat / city

ଝଡବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଘୁର୍ଣ୍ଣିବଳୟ ପ୍ରଭାବରେ କାଳବୈଶାଖୀ ସମ୍ଭାବନା ଥିବାରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ...

ଝଡବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ନିଂ
ଝଡବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ନିଂ

By

Published : Feb 18, 2021, 9:46 PM IST

ଭୁବନଶ୍ବର:ଘୁର୍ଣ୍ଣିବଳୟ ପ୍ରଭାବରେ କାଳବୈଶାଖୀ ସମ୍ଭାବନା ଥିବାରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ କିଛି ସ୍ଥାନରେ ଝଡ ବର୍ଷା ଜାରି ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ଅର୍ଥାତ ଶୁକ୍ରବାର ମଧ୍ୟରେ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ସୋନପୁର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ ଏବଂ ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ କହିଛି ।

ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧.୦ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବଲାଙ୍ଗୀରରେ ସର୍ବାଧିକ ୩୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details