ଭୁବନେଶ୍ବର: ରାଜ୍ୟରେ କାଳ ବୈଶାଖୀ ଝଡବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୮ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ,ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ମାଲକାନଗିରି, କୋରାପୁଟ ଏବଂ ରାୟଗଡା ଜିଲ୍ଲାରେ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା 5, 6 ଏବଂ 7 ତାରିଖରେ ବର୍ଷାର ପରିମାଣ ହ୍ରାସ ପାଇବ । ୮ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୮ ତାରିଖରେ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରର ପୂର୍ବ ଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି।