ଓଡିଶା

odisha

କଟକରୁ ୧୧୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ବୁଧବାର କଟକରୁ ୧୧୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୭୫୧ରେ ପହଞ୍ଚିଛି ।

By

Published : Oct 14, 2020, 9:26 PM IST

Published : Oct 14, 2020, 9:26 PM IST

କଟକରୁ ୧୧୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
କଟକରୁ ୧୧୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

କଟକ: ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ବୁଧବାର କଟକରୁ ୧୧୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ଏଥିସହ ୫୨ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି।

ଏହାକୁ ମିଶାଇ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୭୫୧ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ହଜାର ୮୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୫୫ ଜଣ ଏବେବି ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡା ବୁଧବାର 2 ଆକ୍ରାନ୍ତଙ୍କ ମୃତ୍ୟୁକୁ ମିଶାଇ ଏଯାବତ୍ କୋରୋନାରେ ୬୧ ଜଣଙ୍କର ମୃତୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ମିଳିଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details