ଓଡିଶା

odisha

By

Published : Oct 28, 2020, 10:15 PM IST

ETV Bharat / city

ସିଏମସିରୁ ୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ମହାନଗର ନିଗମରୁ 24 ଘଣ୍ଟା ମଧ୍ୟରେ 39 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 6 ଜଣ ହୋମ କ୍ବାରେଣ୍ଟାଇନରୁ, 9 ସରକାରୀ କ୍ବାରେଣ୍ଟାଇନରୁ ଏବଂ 24 ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

ସିଏମସିରୁ ୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ସିଏମସିରୁ ୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଧିରେ ଧିରେ କଟକ ମହାନଗର ନିଗମରୁ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଗତ 24 ଘଣ୍ଟା ମଧ୍ୟରେ କଟକ ମହାନଗର ନିଗମରୁ 39 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ 6 ଜଣ ହୋମ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ 9 ଜଣ ସରକାରୀ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ।

ସେହିପରି 39 ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୪ ହଜାର 681 ଆକ୍ରାନ୍ତ ଚିହ୍ନଟ ହୋଇ ଥିବାବେଳେ ୧୩ ହଜାର 786 ଜଣ ସୁସ୍ଥ ହୋଇଛନ୍ତି । ଏଥିସହ ମହାନଗର ନିଗମରୁ ୬୬ ଜଣଙ୍କ କୋରୋନା କବଳରେ ମୃତ୍ୟୁ ଘଟିଛି । ଅନ୍ୟପଟେ ୮29 ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ମିଳିଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details