ଓଡିଶା

odisha

କଟକରେ ପୁଣି ୫୧ କୋରୋନା ଆକ୍ରାନ୍ତ ଚିହ୍ନଟ

ଗୁରୁବାର କଟକ ମହାନଗର ନିଗମରେ ୫୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

By

Published : Jul 30, 2020, 6:37 PM IST

Published : Jul 30, 2020, 6:37 PM IST

corona update
କଟକରେ ପୁଣି ୫୧ କୋରୋନା ଆକ୍ରାନ୍ତ ଚିହ୍ନଟ

କଟକ: ରାଜ୍ୟରେ କୋରୋନା ମାମଲା ଥମିବାର ନାମ ନେଉନାହିଁ । ଏହାମଧ୍ୟରେ ଗୁରୁବାର କଟକ ମହାନଗର ନିଗମରେ ୫୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ 51 ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ତେବେ ୧୧ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ କରାଯାଇଛି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୮୮୪ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୩୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହ ୧୦ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିପରି ୫୪୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details