ଓଡିଶା

odisha

By

Published : Sep 15, 2019, 5:23 PM IST

ETV Bharat / city

କଟକରୁ 10 ଲକ୍ଷ ମୂଲ୍ୟର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଗଡଗଡ଼ିଆ ଅଞ୍ଚଳରେ ପେଟ୍ରୋଲିଂ କରୁଥିବା ବେଳେ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଦ୍ବାରା 92 ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ 10ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ନିରୀକ୍ଷକ କହିଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, କଟକ


କଟକ: କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା ମିଳିଛି । ଗଡଗଡ଼ିଆ ଅଞ୍ଚଳରେ ପେଟ୍ରୋଲିଂ କରୁଥିବା ବେଳେ 92 ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ 10ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ନିରୀକ୍ଷକ କହିଛନ୍ତି । ଏହି ଘଟଣାରେ ସଂପୃକ୍ତ ଥିବା ଜଣକୁ ଅବକାରୀ ବିଭାଗ ଗିରଫ କରିଛି । ଗିରଫ ବ୍ୟକ୍ତିଙ୍କ ନାମ ବଳରାମ ବେହେରା ହୋଇଥିବା ବେଳେ ତାଙ୍କ ଘର ମାଛୁଆ ବଜାରରେ ବୋଲି ଜଣାପଡିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଟକ

ଗଡ଼ଗଡିଆ ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ସମୟରେ ଗାଡିକୁ ଦେଖି ଅଭିଯୁକ୍ତ ଜଣକ ଦୌଡ଼ିବାକୁ ଲାଗିଥିଲେ । ଏହାପରେ ତାଙ୍କୁ ଗିରଫ କରାଯାଇଥିବା କଥା କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗ କଟକର ଅବକାରୀ ନିରୀକ୍ଷକ ଜଗଦୀଶ ସାମଲ ପ୍ରକାଶ କରିଛନ୍ତି । ପୂର୍ବରୁ ଅଭିଯୁକ୍ତ ନାମରେ କ୍ୟାଣ୍ଟନମେଣ୍ଟ ଥାନାରେ ମାମଲା ସେ ସୂଚନା ଦେଇଛନ୍ତି ।

କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ

ABOUT THE AUTHOR

...view details