କଟକ: ଗରିମା ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ପୂର୍ବତନ ବିଧାୟକ ତଥା କଟକ ଜିଲ୍ଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ । ଏହି ଯୋଜନା ଅନେକ ସଫେଇ କର୍ମଚାରୀଙ୍କ ପାଇଁ ଲାଭଦାୟକ ହେବ ବୋଲି ସେ କହିଛନ୍ତି ।
‘ଗରିମା ଯୋଜନା’ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଦେବାଶିଷ - garima yojana implement in odisha
ରାଜ୍ୟରେ ସଫେଇ କର୍ମଚାରୀଙ୍କ ପାଇଁ ଲାଗୁ ହୋଇଛି ଗରିମା ଯୋଜନା । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ।
'Garima Yojana'
‘ଗରିମା ଯୋଜନା’ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଦେବାଶିଷ
ନିଜର ଜୀବନକୁ ବାଜି ଲଗାଇ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀଙ୍କ ସମ୍ମାନ ପାଇଁ ରାଜ୍ୟସରକାର ଆଣିଛନ୍ତି ଗରିମା ଯୋଜନା । ଏହି ଯୋଜନା ସଫେଇ କଲ୍ୟାଣ କରିବା ସହ କର୍ମଚାରୀଙ୍କ ସମ୍ମାନ ବଢ଼ାଇବ । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶାରେ ସଫେଇ କର୍ମଚାରୀଙ୍କ ପାଇଁ ଏଭଳି ଯୋଜନା କରିଛନ୍ତି ରାଜ୍ୟ ସରକାର । ଏହି ଯୋଜନା ଦ୍ବାରା ସଫେଇ କର୍ମଚାରୀଙ୍କ ମନୋବଳ ବୃଦ୍ଧି ପାଇବ ବୋଲି ସେ କହିଛନ୍ତି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ