ଓଡିଶା

odisha

ତାଲାବନ୍ଦ ନିୟମ ଉଲଙ୍ଘନ, ୨୪ ଘଣ୍ଟାରେ ୬ ମାମଲା

By

Published : Aug 22, 2020, 9:27 PM IST

ରାଜ୍ୟରେ ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଶନିବାର ପର୍ଯ୍ୟନ୍ତ ମୋଟ ୭୪୨୯ଟି ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତୁ...

lock-down-violation-in-state
lock-down-violation-in-state

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଶନିବାର ପର୍ଯ୍ୟନ୍ତ ମୋଟ ୭୪୨୯ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଶୁକ୍ରବାର ସକାଳୁ ଶନିବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ ଟି ମାମଲା ରୁଜୁ କରାଯାଇଛି। ଏହି ୬ଟି ମାମଲା ମଧ୍ୟରୁ ୪ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବାବେଳେ ୧ ଟି ମାମଲା ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ୧ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।


କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details