ଓଡିଶା

odisha

ETV Bharat / city

ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୪ ମାମଲା ରୁଜୁ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୨୨୭ଟି ମାମଲା ରୁଜୁ କରାଯାଇଛି । ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୪ଟି ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତୁ...

By

Published : May 16, 2020, 7:07 PM IST

lockdown violation case in cuttack
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୪ ମାମଲା ରୁଜୁ

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୨୨୭ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୪ ମାମଲା ରୁଜୁ

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୪ଟି ମାମଲା ରୁଜୁ କରାଯାଇଛି । ଏହି ୧୪ ଟି ମାମଲା ମଧ୍ୟରୁ ୯ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ ହୋଇଥିବା ବେଳେ ୩ଟି ମାମଲା ହୋମ କ୍ୱାରଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।

ସେହିପରି ୨ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details