ଓଡିଶା

odisha

ETV Bharat / city

ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୫ ମାମଲା ରୁଜୁ - ତାଲାବନ୍ଦ କଟକଣା ଉଲ୍ଲଂଘନ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୩୧୧ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

lockdown violation case in cuttack
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୫ ମାମଲା ରୁଜୁ

By

Published : May 26, 2020, 7:03 PM IST

କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୩୧୧ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୫ ଟି ମାମଲା ରୁଜୁ କରାଯାଇଛି । ଏହି ୧୫ ଟି ମାମଲା ମଧ୍ୟରୁ ୧୨ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିଲା ବେଳେ ଗୋଟିଏ ମାମଲା ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।

ସେହିପରି ଗୋଟିଏ ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ କରାଯାଇଛି । ତେବେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details