ଓଡିଶା

odisha

ETV Bharat / city

ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୦ ମାମଲା ରୁଜୁ - ତାଲାବନ୍ଦ କଟକଣା ଉଲ୍ଲଂଘନ

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୫୦୮ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

lockdown violation case in cuttack
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୦ ମାମଲା ରୁଜୁ

By

Published : Jun 10, 2020, 8:04 PM IST

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୫୦୮ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୦ ଟି ମାମଲା ରୁଜୁ କରାଯାଇଛି । ଏହି ୧୦ ଟି ମାମଲା ମଧ୍ୟରୁ ୯ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।

ସେହିପରି ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details