ଓଡିଶା

odisha

ETV Bharat / city

Madhusudan Law University: ଏକାଧିକ ଶିକ୍ଷକ କୋରୋନା ପଜିଟିଭ୍, ପରୀକ୍ଷା ବର୍ଜନ କଲେ ଛାତ୍ରଛାତ୍ରୀ - ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା

ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ଆନ୍ଦୋଳନକୁ ଓହ୍ଲାଇଲେ ଶତାଧିକ ଛାତ୍ରଛାତ୍ରୀ । କ୍ୟାମ୍ପସରେ ଏକାଧିକ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ପରେ ପରୀକ୍ଷା ବର୍ଜନ କରିଛନ୍ତି ଛାତ୍ରଛାତ୍ରୀ । ଅଧିକ ପଢନ୍ତୁ

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ଛାତ୍ରଛାତ୍ରୀଙ୍କ ପରୀକ୍ଷା ବର୍ଜନ
ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ଛାତ୍ରଛାତ୍ରୀଙ୍କ ପରୀକ୍ଷା ବର୍ଜନ

By

Published : Jul 7, 2022, 6:09 PM IST

କଟକ:ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ଆନ୍ଦୋଳନକୁ ଓହ୍ଲାଇଲେ ଶତାଧିକ ଛାତ୍ରଛାତ୍ରୀ । କ୍ୟାମ୍ପସରେ ଏକାଧିକ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ପରେ ପରୀକ୍ଷା ବର୍ଜନ କରିଛନ୍ତି ଛାତ୍ରଛାତ୍ରୀ ।

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ଛାତ୍ରଛାତ୍ରୀଙ୍କ ପରୀକ୍ଷା ବର୍ଜନ

ସୂଚନାଅନୁସାରେ, ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟର ଆଜି ୫ମ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ଲେବର ଲ ପେପର ପରୀକ୍ଷା ହେବାନେଇ କାର୍ଯ୍ୟକ୍ରମ ରହିଥିଲା । ଆଜି ୧୦.୩୦ ରୁ ୧.୩୦ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ କ୍ୟାମ୍ପସରେ କରୋନା ପଜିଟିଭ ବାହାରିବା ପରେ ଛାତ୍ରଛାତ୍ରୀ ଅନ୍ୟତ୍ର ପରୀକ୍ଷା କରିବା ସହ ଅନ ଲାଇନ ପରୀକ୍ଷା କରିବା ପାଇଁ ଦାବି କରି ପରୀକ୍ଷା ବର୍ଜନ କରିଛନ୍ତି। ଫଳରେ ବିଶ୍ବବିଦ୍ୟାଳୟ ପରିସରରେ ଚାପା ଉତ୍ତେଜନା ଦେଖାଦେଇଛି।କିଛି ଦିନ ତଳେ କିଛି ପରୀକ୍ଷା ନିରୀକ୍ଷକ ପଜିଟିଭ ଚିହ୍ନଟ ହୋଇଥିଲେ ଗତକାଲି(ବୁଧବାର) ଆଉ ତିନି ଜଣ ଚିହ୍ନଟ ହେବା ପରେ ଚିନ୍ତା ବଢ଼ିଯାଇଛି। ଅନ୍ୟପଟେ ଏହି ଘଟଣାରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

ଇଟିଭି ଭାରତ, କଟକ

For All Latest Updates

TAGGED:

cuttack news

ABOUT THE AUTHOR

...view details