କଟକ: କଟକ ମହାନଗର ନିଗମରେ କେରୋନା ସଂକ୍ରମିତଙ୍କ ସଂଖ୍ୟା କମିବାର ନାଁ ଧରୁନି । ଗତକାଲି(ସୋମବାର) ପୁଣି ୧୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ତେବେ ସ୍ଥାନୀୟ ଅଞ୍ଚଳରେ କୋରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବା ଏବେ ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।
ସିଏମସିରୁ ପୁଣି 17 କୋରୋନା ଆକ୍ରାନ୍ତ ଚିହ୍ନଟ
କଟକ ମହାନଗର ନିଗମରୁ ପୁଣି ୧୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...
ସିଏମସିରୁ ପୁଣି 17 କୋରୋନା ଆକ୍ରାନ୍ତ ଚିହ୍ନଟ
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୮୫୫ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୧୫ ହଜାର ୬୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୮୪ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୧୫୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ