କଟକ: କଟକ ଚଣ୍ଡୀ ମନ୍ଦିର ସମ୍ପ୍ରସାରଣ ପାଇଁ ଶୈଳବାଳା ମହିଳା ସ୍ବୟଂ ଶାସିତ ମହାବିଦ୍ୟାଳୟ ଜମି ଅଧିଗ୍ରହଣ ପ୍ରସଙ୍ଗରେ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ସଚିବ, ସଂସ୍କୃତି ସଚିବଙ୍କ ସହ କଟକ ଜିଲ୍ଲାପାଳ ଓ ଶୈଳବାଳା କଲେଜ ଅଧ୍ୟକ୍ଷାଙ୍କୁ ହାଇକୋର୍ଟ ଜବାବ ତଲବ କରିଛନ୍ତି।
ଚଣ୍ଡୀ ମନ୍ଦିର ପରିସୀମା ସମ୍ପ୍ରସାରଣ ପାଇଁ ଶୈଳବାଲା ମହାବିଦ୍ୟାଳୟ ର ଜମି ଅଧିଗ୍ରହଣକୁ ବିରୋଧ କରି ପୁରାତନ ଛାତ୍ରୀ ସଂସଦ ପକ୍ଷରୁ ଆଗତ ମାମଲାରେ ହାଇକୋର୍ଟ ଏହି ନୋଟିସ ଜାରି କରିଛନ୍ତି। କଟକର ଐତିହାସିକ ଚଣ୍ଡିମନ୍ଦିରର ସୌନ୍ଦର୍ଯ୍ୟ କରଣ ପାଇଁ ମନ୍ଦିର ସମ୍ମୁଖରେ ଥିବା କଲେଜର ପ୍ରାୟ ୩୦୦୦ ବର୍ଗ ଫୁଟ ଜମି କୁ ଅଧିଗ୍ରହଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ସମ୍ପୃକ୍ତ ଜମିରେ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ପାଇଁ ଖେଳ ପଡିଆ ରହିଛି।