କଟକ:ବଢିଲା ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା । ହାଇକୋର୍ଟରେ ଅନୁମୋଦିତ ବିଚାରପତିଙ୍କ ସଂଖ୍ୟା ଏବେ ୩୩କୁ ବୃଦ୍ଧି ପାଇଛି । ପୂର୍ବରୁ ଏହି ସଂଖ୍ୟା ୨୭ ଥିଲା । ହେଲେ ଏବେ ଆଉ ୬ ଜଣ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଆଇନ ବିଭାଗ ଓ ହାଇକୋର୍ଟକୁ ଚିଠି ଆସିଛି ।
ବିଚାରପତିଙ୍କ ସଂଖ୍ୟା ୨୫ ପ୍ରତିଶତ ବୃଦ୍ଧି କରିବାକୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଏସ ମୁରଲୀଧର ଜାନୁଆରୀ ପ୍ରଥମ ସପ୍ତାହରେ କେନ୍ଦ୍ର ସରକାର ଓ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ସୁପାରିଶ କରିଥିଲେ । ତଦନୁଯାୟୀ ଆଉ ୬ ଜଣ ବିଚାରପତିଙ୍କ ପଦ ଅନୁମୋଦିତ ହୋଇଛି ।