ଓଡିଶା

odisha

By

Published : Jul 5, 2022, 7:41 PM IST

Updated : Jul 5, 2022, 7:48 PM IST

ETV Bharat / city

ହାଇକୋର୍ଟରେ ହାତୀ ସୁରକ୍ଷା ପ୍ରସଙ୍ଗ, ୧୫ଦିନ ମଧ୍ୟରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

ହାତୀଙ୍କ ସୁରକ୍ଷା ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି କରି ଦୁଇ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ । ଅଧିକ ପଢନ୍ତୁ

ହାଇକୋର୍ଟରେ ହାତୀ ସୁରକ୍ଷା ପ୍ରସଙ୍ଗ, ୧୫ ଦିମ ମଧ୍ୟରେ ଜାବବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ
ହାଇକୋର୍ଟରେ ହାତୀ ସୁରକ୍ଷା ପ୍ରସଙ୍ଗ, ୧୫ ଦିମ ମଧ୍ୟରେ ଜାବବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

କଟକ: ହାତୀଙ୍କ ସୁରକ୍ଷା ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ହୋଇଛି । କଟକ ମଙ୍ଗଳାବାଗ ଅଞ୍ଚଳର ଗୀତା ରାଉତଙ୍କ ପକ୍ଷରୁ ଦାଏର ଏକ ଜନସ୍ୱାର୍ଥ ମାମଲାରେ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ । ହାତୀଙ୍କ ସୁରକ୍ଷା ପାଇଁ କଣ କଣ ପଦକ୍ଷେପ ନିଆଯାଇଛି ସେନେଇ ତଥ୍ୟ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି ।

ତେବେ ଆସନ୍ତା ଜୁଲାଇ ୨୫ ରେ ମମାଲର ପରବର୍ତ୍ତୀ ଶୁଣାଣି ହେବ । ଆବେଦନକାରୀ ଆବେଦନରେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟରେ ବନ୍ୟଜନ୍ତୁ ଶିକାର ବଢି ଚାଲି ଥିବାବେଳେ ହାତୀ ମୃତ୍ୟୁ ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି । ଏହି ସପ୍ତାହରେ ନରସିଂହପୁର ସଂରକ୍ଷିତ ଜଙ୍ଗଲରେ ଗୁଳି ମାଡର ଶିକାର ହାତୀର ମୃତ୍ୟୁ ହୋଇଥିଲା । କିନ୍ତୁ ହାତୀ ମୃତ୍ୟୁ ପାଇଁ ରାଜ୍ୟ ସରକାର ଓ ବନ ବିଭାଗ ଏହି ଘଟଣା ପାଇଁ ଚିନ୍ତିତ ନଥିବା ଭଳି ଲାଗୁଛି । ବନ୍ୟ ଜୀବନ(ସୁରକ୍ଷା)ଆଇନ, ୧୯୭୨ ଅଧିନରେ ଥିବା ଦଣ୍ଡ ବ୍ୟବସ୍ଥା ଯଦି କଠୋର ନ ହେବ ତେବେ ଏଭଳି ଘଟଣା ନିୟମିତ ଘଟିବ ।

ଆସାମ ସରକାର ୨୦୧୦ରେ ବଣ୍ୟଜନ୍ତୁ ସୁରକ୍ଷା ପାଇଁ କରିଥିବା ଆଇନରେ ପରିବର୍ତ୍ତନ କରି ଦଣ୍ଡ ବ୍ୟବସ୍ଥା କଠୋର କରିଥିଲେ । ଆସାମ ଢଙ୍ଗରେ ଓଡ଼ିଶାରେ ମଧ୍ୟ ଆଇନରେ ସଂଶୋଧନ କରାଯାଇ ବନ୍ୟଜନ୍ତୁ ଶିକାର ପାଇଁ କଠୋର ଦଣ୍ଡ ବ୍ୟବସ୍ଥା କରାଯିବା ଲାଗି ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି । ବିଗତ ୫ ବର୍ଷ ଭିତରେ ବନ୍ୟଜନ୍ତୁ ବିିଶେଷ କରି ହାତୀଙ୍କ ସୁରକ୍ଷା ପାଇଁ କଣ ପଦକ୍ଷେପ ଗ୍ରହଣ କରାଯାଇଛି ସେନେଇ ସରକାରଙ୍କ ନିକଟରୁ ଜବାବ ତଲବ କରାଯାଉ । କେତେ ଜଣ ଅଭିଯୁକ୍ତଙ୍କୁ ହାତୀ ଶିକାର ପାଇଁ ଗିରଫ କରାଯାଇଛି ସେନେଇ ସରକାର ସ୍ପଷ୍ଟ କରନ୍ତୁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି । ମାମଲାରେ ଜଙ୍ଗଲ ଓ ପରିବେଶ ବିଭାଗ ସଚିବ, ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ, ରାଜ୍ୟ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ଇଟିଭି ଭାରତ, କଟକ

Last Updated : Jul 5, 2022, 7:48 PM IST

ABOUT THE AUTHOR

...view details