ଓଡିଶା

odisha

ETV Bharat / city

କେନ୍ଦ୍ରାପଡାରେ ୧୫ ଶହ ଓ ଯାଜପୁରରେ ୨ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ - ଯାଜପୁରରେ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଆଜି କେନ୍ଦ୍ରାପଡା ଜିଲ୍ଲାରେ 15 ଶହ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ନବୀନ । ଅଧିକ ପଢ଼ନ୍ତୁ

କେନ୍ଦ୍ରାପଡାରେ ୧୫ଶହ ଓ ଯାଜପୁରରେ ୨ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
କେନ୍ଦ୍ରାପଡାରେ ୧୫ଶହ ଓ ଯାଜପୁରରେ ୨ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

By

Published : Dec 15, 2021, 8:08 PM IST

ଭୁବନେଶ୍ବର: କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିସି ଜରିଆରେ କେନ୍ଦ୍ରାପଡ଼ାରେ ୧୫ଶହ ଓ ଯାଜପୁରରେ ୨ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦ୍ରାପଡ଼ା ସହିତ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସମ୍ପର୍କ ଅତି ନିବିଡ଼ । କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମଭୂମି । କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ । ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡ଼ିତ ହୋଇ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

କେନ୍ଦ୍ରାପଡ଼ାରେ ଶିଳ୍ପର ବିକାଶ ପାଇଁ ଦୀର୍ଘଦିନ ଧରି ଦାବି ହେଉଥିଲା । ଜିଲ୍ଲାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ବାରା କେନ୍ଦ୍ରାପଡ଼ା ଦେଶର ଶିଳ୍ପ ମାନଚିତ୍ରରେ ଯୋଡ଼ିହେବ । କେନ୍ଦ୍ରାପଡ଼ାର ଭୂମିହୀନ ଚାଷୀଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି । ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡ଼ିଶା ସାରା ଦେଶରେ ଏକ ନମ୍ବର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି ଯାଜପୁରରେ ମୁଖ୍ୟମନ୍ତ୍ରୀ ଦୁଇ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ନବୀନ ପଟ୍ଟନାୟକ । ଯାଜପୁର ଜିଲ୍ଲାର ମିଶନ ଶକ୍ତିର ମା'ମାନଙ୍କ କାମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳାଙ୍କ ବ୍ୟବସାୟକୁ ବଢ଼ାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି । ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି । ଯାଜପୁର ମ୍ୟୁନିସିପାଲିଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇଛି ।

ବ୍ୟାସନଗର ସହିତ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି । ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଆଜି ଘୋଷଣା କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details