ଓଡିଶା

odisha

ETV Bharat / city

ପୂର୍ବତନ ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲାର ଶୁଣାଣି ପାଇଁ ସ୍ଥାପନ ହେବ ୩ ସ୍ୱତନ୍ତ୍ର ଅଦାଲତ - ପୂର୍ବତନ ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲା

ବର୍ତ୍ତମାନ ଓ ପୂର୍ବତନ ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲାର ଶୁଣାଣି ପାଇଁ ରାଜ୍ୟରେ ସ୍ଥାପନ ହେବ ୩ଟି ସ୍ୱତନ୍ତ୍ର ଅଦାଲତ। ଏହା ସହିତ ୧୧ଟି ଜେଏମଏଫସି କୋର୍ଟ ମଧ୍ୟ ସ୍ଥାପନ ହେବ। ଅଧିକ ପଢନ୍ତୁ...

ପୂର୍ବତନ ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲାର ଶୁଣାଣି ପାଇଁ ସ୍ଥାପନ ହେବ ୩ଟି ସ୍ୱତନ୍ତ୍ର ଅଦାଲତ
ପୂର୍ବତନ ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲାର ଶୁଣାଣି ପାଇଁ ସ୍ଥାପନ ହେବ ୩ଟି ସ୍ୱତନ୍ତ୍ର ଅଦାଲତ

By

Published : Oct 21, 2020, 10:35 PM IST

କଟକ: ବର୍ତ୍ତମାନ ଓ ପୂର୍ବତନ ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲାର ଶୁଣାଣି ପାଇଁ ରାଜ୍ୟରେ ସ୍ଥାପନ ହେବ ୩ଟି ସ୍ୱତନ୍ତ୍ର ଅଦାଲତ। ଏହା ସହିତ ୧୧ଟି ଜେଏମଏଫସି କୋର୍ଟ ମଧ୍ୟ ସ୍ଥାପନ ହେବ।

ଏଥିପାଇଁ ସମୟ ଦେବାକୁ ରାଜ୍ୟ ସରକାର ହାଇକୋର୍ଟଙ୍କ ନିକଟରେ ଆବେଦନ କରିଛନ୍ତି। ପୂର୍ବରୁ ଏ ସଂକ୍ରାନ୍ତୀୟ ମାମଲାର ଶୁଣାଣି କରି କେଉଁ ରାଜନେତାଙ୍କ ବିରୋଧରେ କେତେ ସଂଖ୍ୟକ ମାମଲା ବିଚାରାଧୀନ ରହିଛି ସେ ସଂପର୍କରେ ତଥ୍ୟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ।

ଏହି ଅଦାଲତ ପାଇଁ ବିଲ୍ଡିଂ ଓ ଆବଶ୍ୟକୀୟ କର୍ମଚାରୀ ମଧ୍ୟ ରାଜ୍ୟ ସରକାର ଯୋଗାଇ ଦେବେ। ତିନୋଟି ରାଜସ୍ୱ ଡିଭିଜନ ଅଧୀନରେ ଏହି ତିନୋଟି ସ୍ୱତନ୍ତ୍ର ଅଦାଲତ ସ୍ଥାପନ ହେବ। ନଭେମ୍ବର ୨୬ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି।

ପୂର୍ବତନ ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲାର ଶୁଣାଣି ପାଇଁ ସ୍ଥାପନ ହେବ ୩ଟି ସ୍ୱତନ୍ତ୍ର ଅଦାଲତ

ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଡକ୍ଟର ଜଷ୍ଟିସ ବି.ଆର.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ସୁପ୍ରିମକୋର୍ଟ ସେପ୍ଟେମ୍ବର ୧୬ ତାରିଖରେ ‘ଅଶ୍ବିନୀ କୁମାର ଉପାଧ୍ୟାୟ ବନାମ କେନ୍ଦ୍ର ସରକାର’ ମାମଲାର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ରାଜନେତାଙ୍କ ବିରୋଧରେ ଥିବା ମାମଲାର ତ୍ବରିତ ଶୁଣାଣି କରି ଫଇସଲା କରିବା ସହ ଏଥିପାଇଁ ସ୍ବତନ୍ତ୍ର ଅଦାଲତ ଗଠନ ପ୍ରସଙ୍ଗ ଉପରେ ସୁପ୍ରିମକୋର୍ଟ ଗୁରୁତ୍ବ ଦେଇଥିଲେ।

ସେହି ନିର୍ଦ୍ଦେଶ ଆଧାରରେ ନିଜ ଆଡୁ ହାଇକୋର୍ଟ ଏଭଳି ମାମଲା ରୁଜୁ କରି ସରକାରଙ୍କୁ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଭିନ୍ନ ଜିଲ୍ଲାରେ ଥିବା ଅଦାଲତ ଗୁଡିକରେ ସାଂସଦ ଓ ବିଧାୟକଙ୍କ ସହିତ ପୂର୍ବତନ ସାଂସଦ ଓ ବିଧାୟକଙ୍କ ବିରୋଧରେ ବିଚାରାଧୀନ ରହିଥିବା ମାମଲା ସଂପର୍କିତ ସର୍ବିଶେଷ ବିବରଣୀ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଏହିସବୁ ଅପରାଧିକ ମାମଲା ଗୁଡିକର ତ୍ବରିତ ଶୁଣାଣି ଓ ଶ୍ରୀଘ୍ର ଟ୍ରାଏଲ ଶେଷ କରିବା ପାଇଁ ରହିଥିବା ଭିତ୍ତିଭୂମି ଯଥା କର୍ମଚାରୀ, କାର୍ଯ୍ୟାଳୟ ଇତ୍ୟାଦି ପ୍ରସଂଗରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଥିଲେ। ଯେଉଁ ମାମଲାର ବିଚାର ପ୍ରକ୍ରିୟା ଉପରେ ଉପର କୋର୍ଟ ରହିତାଦେଶ ଜାରି କରିଛନ୍ତି ସେ ସଂପର୍କରେ ମଧ୍ୟ ନିର୍ଦ୍ଦିଷ୍ଟ ଭାବେ ବିବରଣୀ ସତ୍ୟପାଠରେ ଉଲ୍ଲେଖ କରିବାକୁ ରେଜିଷ୍ଟ୍ରାର ଜେନେରାଲଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ସାଂସଦ/ବିଧାୟକଙ୍କ ବିରୋଧରେ ଥିବା ଅପରାଧିକ ମାମଲା ପ୍ରସଂଗରେ ଶୁଣାଣି କରି ସୁପ୍ରିମକୋର୍ଟ ପ୍ରଦାନ କରିଥିବା ନିର୍ଦ୍ଦେଶ ଆଧାରରେ ହାଇକୋର୍ଟ ନିଜ ଆଡୁ ଏହି ମାମଲା ରୁଜୁ କରିଛନ୍ତି। ରାଜନେତାମାନଙ୍କ ବିରୋଧରେ ବିଚାରାଧୀନ ମାମଲା ଗୁଡିକର ତ୍ବରିତ ଶୁଣାଣି ଓ ଏଥି ପାଇଁ ସ୍ବତନ୍ତ୍ର ଅଦାଲତ ଗଠନ ପ୍ରସଙ୍ଗଗ ଉପରେ ସୁପ୍ରିମକୋର୍ଟ ଗୁରୁତ୍ବାରୋପ କରିଥିଲେ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details