ପୁରୀ:ଶ୍ରୀମନ୍ଦିର ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲା । ଘଟଣା ଉପରୁ ପରଦା ଉଠାଇଛି ପୁରୀ ପୋଲିସ । ପ୍ରତିଶୋଧକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି । ଏହି ହତ୍ୟାକାଣ୍ଡ ଘଟଣାରେ ପୋଲିସ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଫେରାର ଥିବା ଅନ୍ୟ ୩ ଜଣ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଚଢାଉ କରିଛି ।
ଘଟଣାରେ ମୁଖ୍ୟ ଅଭିଯୁକ୍ତ କାଳିଆ ସିଂହାରୀ, ଦୋଳଗୋବିନ୍ଦ ସିଂହାରି ସମେତ ସହଯୋଗୀ ବାବା ମହାପାତ୍ର, କାଳୁ ପାଣିଗ୍ରାହୀ, ମୁନ୍ନା ପାତ୍ର, ସନ୍ଦୀପ ଜେନାଙ୍କୁ ଗିରଫ କରାଯାଇଛି । ଏହି ହତ୍ୟାକାଣ୍ଡ ପାଇଁ ୩୦ଲକ୍ଷ ଟଙ୍କା ସୁପାରି ଦିଆଯାଇଥିଲା । ଗତ 2012 ମସିହା ଅଗଷ୍ଟ 22 ତାରିଖରେ ସେବାୟତ ଗୁନ ସିଂହାରି ହତ୍ୟାକାଣ୍ଡ ଘଟଣାର ପ୍ରତିଶୋଧ ପାଇଁ ଏହି ଘଟଣା ଘଟିଥିବା ପୋଲିସକୁ ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି । ଗୁନ ହତ୍ୟାକାଣ୍ଡ ଘଟଣାରେ ମୃତ କୃଷ୍ଣଚନ୍ଦ୍ର ପ୍ରତିହାରୀ ସାମିଲ ଅଭିଯୋଗରେ ଗିରଫ ହୋଇଥିଲେ ।