ଓଡିଶା

odisha

ETV Bharat / city

Ratha Yatra 2022: ଭକ୍ତଙ୍କ ଗହଣରେ ହେବ ଏଥର ରଥଯାତ୍ରା - ratha yatra to be held with devotees

ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା । ରଥ ସମନ୍ବୟ ବୈଠକରେ ବଡ ନିଷ୍ପତ୍ତି । ଯାତ୍ରା ସୁରୁଖୁରୁରେ ହେବାନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି । ଅଧିକ ପଢ଼ନ୍ତୁ

cm review meeting over puri ratha yatra
ରଥ ସମନ୍ବୟ ବୈଠକ: ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା

By

Published : Jun 18, 2022, 12:44 PM IST

Updated : Jun 18, 2022, 6:51 PM IST

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ନେଇ ପ୍ରସ୍ତୁତି ଜୋରଦାର ଚାଲିଛି । ଆଜି ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ରଥଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Ratha Yatra 2022: ଭକ୍ତଙ୍କ ଗହଣରେ ହେବ ଏଥର ରଥଯାତ୍ରା

ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଛି । ଏଥିରେ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏବର୍ଷ ଅଧିକ ଭକ୍ତ ଆସିବେ। ତେଣୁ ଆଗୁଆ ସବୁପ୍ରକାର ବନ୍ଦୋବସ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ କହିଛନ୍ତି । କୋଭିଡ ସମୟରେ ରଥଯାତ୍ରା ପରିଚଳନାରେ ସେବାୟତଙ୍କ ବିଶେଷ ସହଯୋଗ ରହିଥିଲା । ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ । ଏଥିପାଇଁ ସେ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ବୈଠକରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଛନ୍ତି । ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି । ପୁରୀ ଟାଉନ ହଲରେ ବୈଠକ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଥିଲା । ବୈଠକରେ ପୋଲିସ ଡିଜିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ, ସେବାୟତ, ବୁଦ୍ଧିଜୀବୀ, ଏହି ସମୀକ୍ଷା ବୈଠକରେ ସାମିଲ ହୋଇଥିଲେ । ଏଥିସହ ମନ୍ତ୍ରିମଣ୍ଡଳର ବରିଷ୍ଠ ମନ୍ତ୍ରୀମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ ।

Last Updated : Jun 18, 2022, 6:51 PM IST

ABOUT THE AUTHOR

...view details