ପୁରୀ: ଶ୍ରୀମନ୍ଦିରରେ ଆଜି (ଶନିବାର) ଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଏହା ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ଯାଏଁ ଚାଲିବ । ଆସନ୍ତାକାଲି(ରବିବାର) ଜ୍ୟେଷ୍ଠ କୃଷ୍ଣ ଏକାଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ।
ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ଆରମ୍ଭ - jagannath temple
ଶନିବାର ଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଏହା ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ଯାଏଁ ଚାଲିବ । ଅଧିକ ପଢନ୍ତୁ...
ଆରମ୍ଭ ହେଲା ମହାପ୍ରଭୁଙ୍କ ଭିତର ଚନ୍ଦନଯାତ୍ରା
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଛି । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ