ଓଡିଶା

odisha

ETV Bharat / city

ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ, ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ । ଜଣେ ଭକ୍ତ କୋଇଲି ବୈକୁଣ୍ଠ ଓ ନୃସିଂହ ମନ୍ଦିର ପାଖରେ ସେଲ୍‌ଫି ଉଠାଇ ଫେସବୁକ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି । ଅଧିକ ପଢନ୍ତୁ

ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରଲ, ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ
ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରଲ, ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ

By

Published : Jun 8, 2022, 7:27 AM IST

ପୁରୀ: ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ । ଫେସବୁକ ଆକାଉଣ୍ଟରେ ସଞ୍ଜୟ ପାଢୀ ଶର୍ମା ସଞ୍ଜୟ ନାମକ ବ୍ୟକ୍ତି ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ଭାଇରାଲ କରିଛନ୍ତି । ସେ ଫଟୋ ପୋଷ୍ଟ କରିଥିବା ବେଳେ ତାଙ୍କ ସହିତ ଆଉ ଜଣେ ବ୍ୟକ୍ତି ମଧ୍ୟ ଅଛନ୍ତି । କୋଇଲି ବୈକୁଣ୍ଠ ଓ ନୃସିଂହ ମନ୍ଦିର ପାଖରେ ସେଲ୍‌ଫି ଉଠାଇ ଫେସବୁକ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି ସଞ୍ଜୟ ।

ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରଲ, ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ
ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରଲ, ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ

ତେବେ ଏଠି ପ୍ରଶ୍ନ ଉଠୁଛି ଶ୍ରୀମନ୍ଦିର ଭିତରକୁ ମୋବାଇଲ ନିଷେଦ୍ଧ ଥିବାବେଳେ ଏହି ଭକ୍ତ ଜଣକ ମନ୍ଦିର ଭିତରକୁ ମୋବାଇଲ୍ ନେଇ ସେଲଫି ଉଠାଇ ଫଟୋ ଭାଇରାଲ୍ କଲେ କିପରି ? ଶ୍ରୀମନ୍ଦିର ବାହାରେ ଓ ଭିତରେ ପୋଲିସର କଡା ସୁରକ୍ଷା ବ୍ୟବସ୍ଥା ଥିଲେ ମଧ୍ୟ ଭକ୍ତ ଜଣକ କିପରି ସୁରକ୍ଷା ଭେଦ କଲେ ? ପୂର୍ବରୁ ମଧ୍ୟ ଏଭଳି ଘଟଣାମାନ ଘଟିଛି । ବାରମ୍ବାର ଶ୍ରୀମନ୍ଦିର ଭିତରର ଫଟୋ ଭାଇରାଲ ହେଉଥିବା ବେଳେ ଏହାର ସୁରକ୍ଷା ଉପରେ ପ୍ରଶ୍ନ ଉଠିଛି ।

ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରଲ, ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ

ABOUT THE AUTHOR

...view details