ପୁରୀ:ବିଶିଷ୍ଟ ସାହିତ୍ୟିକା ଡଃ ମନୋରମା ମହାପାତ୍ରଙ୍କ ପୁରୀ ସ୍ବର୍ଗଦ୍ବାର ଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି ସମାଜସେବୀ ମନୋରମା ମହାପାତ୍ର ୮୭ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଥିଲେ । ଆଜି ସ୍ବର୍ଗଦ୍ବାରରେ ତାଙ୍କ ଜ୍ୟେଷ୍ଠ ପୁତ୍ର ପ୍ରଦୀପ ମହାପାତ୍ର ମୁଖାଗ୍ନି ଦେଇଛନ୍ତି ।
ଏହି ଶେଷକୃତ୍ୟ ସମ୍ପନ୍ନ ସମୟରେ ଜିଲ୍ଲାପାଳ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ କନୱାର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପ ଜିଲ୍ଲାପାଳ ଭବତାରଣ ସାହୁ, ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ଶେଷ ସମ୍ମାନ ଜଣାଇଛନ୍ତି ।