ଓଡିଶା

odisha

ETV Bharat / city

ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି - puri temple

ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ପଇତା ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହଙ୍କ ଏହା ଏକ ଗୁପ୍ତ ନୀତି। ଅଧିକ ପଢନ୍ତୁ...

ମହାପ୍ରଭୁଙ୍କ ପଇତା ଲାଗି ନୀତି
ମହାପ୍ରଭୁଙ୍କ ପଇତା ଲାଗି ନୀତି

By

Published : Dec 7, 2020, 2:10 PM IST

ପୁରୀ: ଆଜି (ସୋମବାର) ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ। ଦ୍ବିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ। ଶ୍ରୀବିଗ୍ରହଙ୍କ ଏହା ଏକ ଗୁପ୍ତ ନୀତି।

ତେବେ ସୋମବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ପଇତା ଲାଗି ସମୟ ଧାର୍ଯ୍ୟ ହେବ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ବତନ୍ତ୍ର ସେବା ଅନୁଷ୍ଠିତ ହୋଇଥାଏ । ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ । କିନ୍ତୁ କୋଭିଡ କଟକଣା ହେତୁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ନେଇ ପୂର୍ବରୁ ଥିବା କଟକଣା ବଳବତ୍ତର ରହିଛି। ଭକ୍ତ ମାନେ ପତିତପାବନଙ୍କୁ ମୁଣ୍ଡିଆ ମାରି ମହାପ୍ରଭୁଙ୍କୁ ସ୍ମରଣ କରୁଛନ୍ତି।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details