ପୁରୀ:ପୁରୀ ଗସ୍ତରେ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ ଠାକୁର ବଳଭଦ୍ର ଓ ଦେବୀ ସୁଭଦ୍ରଙ୍କ ଦର୍ଶନ କଲେ ଭାରତୀୟ ରିଜର୍ଭ ବ୍ୟାଙ୍କ(Reserve Bank Of India)ର ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ(RBI Governor Shaktikanta Das)। ତାଙ୍କ ସହ ପତ୍ନୀ ମଧ୍ୟ ଆସି ଶ୍ରୀଜିଉଙ୍କ ଆଶୀର୍ବାଦ ନେଇଛନ୍ତି ।
ଆଜି ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ (Shaktikanta Das) ପହଞ୍ଚିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନ(Sri Jagganath Temple Administration) ପକ୍ଷରୁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ପରେ ବରିଷ୍ଠ ସେବାୟତ ତାଙ୍କୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ମନ୍ଦିର ଭିତରକୁ ନେଇଥିଲେ ।
ମହାପ୍ରଭୁଙ୍କ ଦର୍ଶନ କରିବା ପରେ ବେଢା ପରିକ୍ରମା କରି ମା’ ବିମଳା, ମା’ ମହାଲକ୍ଷ୍ମୀ ଓ ବଟ ଗଣେଶଙ୍କୁ ଦର୍ଶନ କରିଥିଲେ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଓ ତାଙ୍କ ପତ୍ନୀ । ଏହା ସହିତ ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ଆଲୋଚନା କରିଥିଲେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ମହାପ୍ରଭୁଙ୍କ ଖଣ୍ଡୁଆ ପାଟ, ନାଗାର୍ଜୁନ ବେଶର ପଟ୍ଟଚିତ୍ର ଓ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତିର ସ୍ମାରକୀ ସମେତ ମହାପ୍ରସାଦ ଉପହାର ଦିଆଯାଇଥିଲା ।