ଓଡିଶା

odisha

ETV Bharat / city

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟ ଦଳନ ବେଶ

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟ ଦଳନ ବେଶ ଅନୁଷ୍ଠିତ ହେବ । ସୋମବାର ବନଭୋଜି ବେଶ ହୋଇଥିଲା । ଅଧିକ ପଢନ୍ତୁ

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟ ଦଳନ ବେଶ
ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟ ଦଳନ ବେଶ

By

Published : Aug 23, 2022, 11:31 AM IST

ପୁରୀ:ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟ ଦଳନ ବେଶ ଓ ଧେନୁକାସୁର ବଧ ନୀତି ଅନୁଷ୍ଠିତ ହେବ । ଗତକାଲି ବଡ ଠାକୁରଙ୍କ ବନଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟାସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ । କିନ୍ତୁ ଆଜି(ମଙ୍ଗଳବାର) ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବେ ।

ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁରମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ । ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟ ଦଳନ ଲୀଳା ସମାପନ ହେବ ।

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟ ଦଳନ ବେଶ

ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ବାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ । ଏହାପରେ ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟ ଦଳନ ବେଶରେ ସଜ୍ଜିତ କରାଯିବ । ମହାପ୍ରଭୁ ଯମୁନା କୂଳରେ କୃଷ୍ଣ ରୂପରେ କଳୀୟ ସର୍ପକୁ ମାରିଥିବାରୁ ଏହି ବେଶ ଅନୁଷ୍ଠିତ ହୋଇଥାଏ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details