ଓଡିଶା

odisha

ETV Bharat / city

ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି: ଶ୍ରୀ ଅଙ୍ଗରେ ଲାଗିବ ଘଣା ଓ ଖଳି ପ୍ରସାଦ - ଅଣସରରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ସେବା

ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଘଣା ଏବଂ ଖଳି ପ୍ରସାଦ । । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଏହି କାର୍ଯ୍ୟ ହେବ । ଅଧିକ ପଢ଼ନ୍ତୁ

ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି: ଶ୍ରୀ ଅଙ୍ଗରେ ଲାଗିବ ଘଣା ଓ ଖଳି ପ୍ରସାଦ
ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି: ଶ୍ରୀ ଅଙ୍ଗରେ ଲାଗିବ ଘଣା ଓ ଖଳି ପ୍ରସାଦ

By

Published : Jun 26, 2022, 3:38 PM IST

Updated : Jun 26, 2022, 3:54 PM IST

ପୁରୀ : ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଘଣା ଏବଂ ଖଳି ପ୍ରସାଦ । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଏହି କାର୍ଯ୍ୟ ହେବ । ଆଜି ସନ୍ଧ୍ୟାରେ ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ । ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଂଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିବେ। ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସମ୍ପର୍ଣ୍ଣ ହେବ । ଏଥିପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ । ଗୋପନୀୟତା ରକ୍ଷା କରି ଦଇତାପତି ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳୀରେ ଶ୍ରୀଜୀଉଙ୍କୁ ରକ୍ତବସ୍ତ୍ର ଆବରଣ କରିବେ ।

ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି: ଶ୍ରୀ ଅଙ୍ଗରେ ଲାଗିବ ଘଣା ଓ ଖଳି ପ୍ରସାଦ

ନବଯୌବନ ଦର୍ଶନ ପୂର୍ବରୁ ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ବିଳମ୍ବିତ ରାତିରେ ଖଳି ଲାଗି କରାଯିବ । ଏହି ଖଳିକୁ ଶୁଦ୍ଧ ସୁଆରମାନେ ନିଜ ନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି । ଖଳି ବିଜେ‌ ପାଇଁ ଶ୍ରୀମନ୍ଦିରରୁ ଘଣ୍ଟ, ଛତାସହ ଡକାରା ଯାଇଥାଏ ବିଜେକାହାଳି, ବଜୟନ୍ତ୍ରୀ, ଘଣ୍ଟଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ (ଦିବ୍ୟ ପ୍ରଲେପ) ଶ୍ରୀମନ୍ଦିରକୁ ବିଜେ କରାଇବେ ।

ଏହା ପୂର୍ବରୁ ଏହି ଖଳିକୁ ଶୁଦ୍ଧ ସୁଆରଙ୍କ ବାସଭବନରେ ଖଳି ହାଣ୍ଡିକୁ ମହିଳାମାନେ ବନ୍ଦାପନା କରିବେ । ବିଜେ କାହାଳି ବାଜିବା ପରେ ବରକନ୍ଦାଜଙ୍କ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ଶ୍ରୀମନ୍ଦିରକୁ ବିଜେ କରିବ। ଶୁଦ୍ଧସୁଆର ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ଆଜି ବିଳମ୍ବିତ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଦଇତାପତିମାନେ ଲାଗି କରିବେ ।

ଇଟିଭି ଭାରତ, ପୁରୀ

Last Updated : Jun 26, 2022, 3:54 PM IST

ABOUT THE AUTHOR

...view details