ରାଉରକେଲା: ଦିନକୁ ଦିନ ଦୁଷ୍କର୍ମ ଏକ ସାମାଜିକ ବ୍ୟାଧି ରୂପେ ବ୍ୟାପିବାକୁ ଲାଗିଲାଣି । ଯାହାକୁ ନେଇ ନିଜ ଦେଶରେ ନାରୀ ମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି । ନିକଟରେ ହାଇଦ୍ରାବାଦରେ ଜଣେ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ପୋଡି ମାରିଦେବା ଘଟଣା ଏବେ ସମଗ୍ର ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି । ଯାହାକୁ ନେଇ ପୀଡିତାଙ୍କୁ ନ୍ୟାୟ ଦେବାପାଇଁ ଚାରିଆଡେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ।
ଏହି ପରିପ୍ରେକ୍ଷୀରେ ରାଉରକେଲାର ବିଶ୍ରା ଛକରେ ଶକ୍ତି ବାହିନୀ ପକ୍ଷରୁ ମହିଳା ଡାକ୍ତରଙ୍କ ପ୍ରତି ହୋଇଥିବା ଅମାନୁଷିକ ଅତ୍ୟାଚାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଦୁଷ୍କର୍ମକାରୀଙ୍କୁ ଫାଶୀ ଦେବା ପାଇଁ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିବା ସହ ମୃତାଙ୍କ ଆତ୍ମାର ସଦଗତି ପାଇଁ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଥିଲା ।