ଓଡିଶା

odisha

ETV Bharat / city

ଭର୍ଟୁଆଲ ମୋଡ଼ରେ ସମଲେଶ୍ୱରୀ ଲାଇଟ ଆଣ୍ଡ ସାଉଣ୍ଡ 'ଶୋ'ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ - Light & Sound Show

ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଆଉ ଏହି ଅବସରରେ ପଶ୍ଚିମ ଓଡ଼ିଶା ବାସୀଙ୍କ ପାଇଁ ଭିସି ମୋଡରେ ମା’ ସମଲେଶ୍ୱରୀ ପୀଠରେ ଲାଇଟ୍ ଆଣ୍ଡ ସାଉଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ଭର୍ଟୁଆଲ ମୋଡ଼ରେ ସମଲେଶ୍ୱରୀ ଲାଇଟ ଆଣ୍ଡ ସାଉଣ୍ଡ 'ଶୋ'ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭର୍ଟୁଆଲ ମୋଡ଼ରେ ସମଲେଶ୍ୱରୀ ଲାଇଟ ଆଣ୍ଡ ସାଉଣ୍ଡ 'ଶୋ'ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

By

Published : Sep 11, 2021, 10:53 PM IST

ସମ୍ବଲପୁର: ମା’ ସମଲେଶ୍ୱରୀ ପୀଠରେ ଲାଇଟ୍ ଆଣ୍ଡ ସାଉଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ‘ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ଶନିବାର) ମା’ ସମଲେଶ୍ବରୀଙ୍କ ମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡ୍ ଶୋ’କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ‘ନୂଆଁଖାଇ ଜୁହାର’ ଜଣାଇବା ସହ ଏହି ଲାଇଟ୍ ଆଣ୍ଡ ସାଉଣ୍ଡ୍ ଶୋ’ ଏଠାକୁ ଆସୁଥିବା ଭକ୍ତମାନଙ୍କୁ ସମ୍ବଲପୁର ତଥା ଓଡ଼ିଶାର ଗୌରବମୟ ଇତିହାସ ବିଷୟରେ ପରିଚିତ କରାଇବ ବୋଲି କହିଛନ୍ତି ।

ଭର୍ଟୁଆଲ ମୋଡ଼ରେ ସମଲେଶ୍ୱରୀ ଲାଇଟ ଆଣ୍ଡ ସାଉଣ୍ଡ 'ଶୋ'ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ତେବେ ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମୋଡରେ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ସମ୍ବଲପୁରୀ ଭାଷାରେ ମିଠାସ୍ ରହିଛି। ସମ୍ବଲପୁରୀ ଭାଷାରେ ଆମର ବନ୍ଧୁମାନେ ଯେତେବେଳେ କଥା ହୁଅନ୍ତି ତାହା ତାଙ୍କୁ ବହୁତ ଭଲ ଲାଗେ। ସମ୍ବଲପୁରୀ ଗୀତ ସାରା ଦେଶରେ ପ୍ରସିଦ୍ଧ। ସମ୍ବଲପୁରୀ ନୃତ୍ୟ ଓ ଗୀତ ଅତି ମନଛୁଆଁ । ସମ୍ବଲପୁରୀ ଶାଢ଼ୀ କେବଳ ଓଡ଼ିଶାରେ ନୁହେଁ ସାରା ଭାରତର ଗୌରବ ବୃଦ୍ଧି କରିଛି କବି ଗଙ୍ଗାଧର ମେହେରଙ୍କ ଅମରକୃତି ଓଡ଼ିଆ ଭାଷା ଓ ସାହିତ୍ୟକୁ କାଳଜୟୀ କରିଛି । ସଂଗ୍ରାମ ଓ ସଂସ୍କୃତିର ମହାନପୀଠ ହେଉଛି ସମ୍ବଲପୁର । ଦେଶ ଓ ଜାତି ପାଇଁ ବୀରସୁରେନ୍ଦ୍ର ସାଏଙ୍କ ତ୍ୟାଗ ଓ ସଂଗ୍ରାମ ତାଙ୍କୁ କିମ୍ବଦନ୍ତୀ କରି ଗଢ଼ିଛି । ହୀରାକୁଦଠାରୁ ଆରମ୍ଭ କରି ଦେବ୍ରିଗଡ଼ ଅଭୟାରଣ୍ୟ, ହୁମାଗଙ୍ଗ ମନ୍ଦିର, ହରିଶଙ୍କର, ନୃସିଂହନାଥ- ଏସବୁ ହେଉଛି ଆମ ଓଡ଼ିଶାର ପ୍ରତିଷ୍ଠିତ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ । ନୃସିଂହନାଥ ଓ ହରିଶଙ୍କର ମନ୍ଦିରର ବିକାଶ ପାଇଁ ଆମେ ଯୋଜନା କରିଛୁ । ସମଲେଶ୍ବରୀ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି ।

ଏହି ରୂପାନ୍ତରଣରେ ସବୁଠୁ ଅଧିକ ଉପକାର ପାଇବେ ସ୍ଥାନୀୟ ଲୋକମାନେ ଏହି ରୂପାନ୍ତରର ଲକ୍ଷ୍ୟ ହେଉଛି - ଆମ ସଂସ୍କୃତି, ପରମ୍ପରାକୁ ବିଶ୍ବମୁଖୀ କରି ଅର୍ଥନୀତିକୁ ସମୃଦ୍ଧ କରିବା । ମା’ ସମଲେଶ୍ବରୀ ପୀଠକୁ ଲକ୍ଷଲକ୍ଷ ଭକ୍ତ ଆସୁଛନ୍ତି । ଏହି ରୂପାନ୍ତରଣ ସେମାନଙ୍କୁ ପବିତ୍ର ଅନୁଭବ ଦେବାରେ ସାହାଯ୍ୟ କରିବ । ଆପଣମାନଙ୍କ ସମସ୍ତଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଖୁବଶୀଘ୍ର ଆଗକୁ ବଢ଼ିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ବିଶ୍ବାସ ବ୍ୟକ୍ତ କରିଛନ୍ତି ।

ସେପଟେ ଏହି ଉଦଘାଟନ କାର୍ଯ୍ୟକ୍ରମରେ ମାନ୍ୟବର ପର୍ଯ୍ୟଟନ, ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ , ଓଟିଡିସି(OTDC) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମା’ ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ କୁମାର ବାବୁ, ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ, ସମ୍ବଲପୁର ଜିଲ୍ଲାପାଳ ଶୁଭମ୍ ସକସେନା, OTDC ଜେନେରାଲ ମ୍ୟାନେଜର ଶାନ୍ତନୁ କୁମାର ମହାନ୍ତି, ସମ୍ବଲପୁର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ(ଡିଆରଡିଏ), ସମ୍ବଲପୁର ଉପଜିଲ୍ଲାପାଳ ମୟୂର ସୂର୍ଯ୍ୟବଂଶୀ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ହେମନ୍ତ ପ୍ରଧାନଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇଥିଲେ।

ତେବେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ ନିମନ୍ତେ ସାଢ଼େ ୭କୋଟି ଟଙ୍କା ବ୍ୟୟ କରାଯାଇଛି । ପ୍ରାୟ ୩୭ମିନିଟର ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’କୁ ଉଭୟ ଓଡ଼ିଆ ଓ ହିନ୍ଦି ଭାଷାରେ ଶ୍ରଦ୍ଧାଳୁମାନେ ଉପଭୋଗ କରିପାରିବେ । ସମ୍ବଲପୁର ଓ ଷୋଡ଼ଶ ଶତାବ୍ଦୀର ପ୍ରସିଦ୍ଧ ଏହି ମା’ ସମଲେଶ୍ବରୀ ମନ୍ଦିରର ଗୌରବମୟ ଇତିହାସ ସମ୍ପର୍କରେ ଶ୍ରଦ୍ଧାଳୁମାନେ ଜାଣିବାର ସୁଯୋଗ ପାଇବେ। ସମ୍ବଲପୁର ବିଶ୍ବବିଦ୍ୟାଳୟର ଇତିହାସ ବିଭାଗର ଅଧ୍ୟାପକମାନଙ୍କର ଗବେଷଣାତ୍ମକ ତଥ୍ୟକୁ ଏହି ଶୋ’ରେ ଜୀବନ୍ତ ରୂପ ଦେବାକୁ ପ୍ରୟାସ କରାଯାଇଛି। ପଦ୍ମ ପୁରସ୍କାରପ୍ରାପ୍ତ କବି ଶ୍ରୀଯୁକ୍ତ ହଳଧର ନାଗଙ୍କ କବିତା ଓ ପଙ୍କଜ ଜାଲଙ୍କ ସଙ୍ଗୀତ ଏହାକୁ ଅଧିକ ମନ୍ତ୍ରମୁଗ୍ଧ ଓ ପବିତ୍ର ସ୍ପର୍ଶ ଦେଇଛି ।

ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ

ABOUT THE AUTHOR

...view details