ରାଇରଙ୍ଗପୁର : ମୟୂରଭଞ୍ଜରେ ଚତୁର୍ଥ ପର୍ଯ୍ୟାୟ ମତଦାନ ହେବାକୁ ଥିବାବେଳେ ବିଭିନ୍ନ ଦଳର ନେତୃବୃନ୍ଦ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଇଛନ୍ତି । ଏହି ପରିପ୍ରେକ୍ଷୀରେ ଜେଏମଏମ(ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପୂର୍ବତନ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ଦଳୀୟ ପ୍ରାର୍ଥୀଙ୍କ ଲାଗି ମାରାଥନ ପ୍ରଚାର କରିଛନ୍ତି ।
ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ଯାମଦା ବ୍ଲକରେ ହେମନ୍ତ ସୋରେନ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହ ଦଳୀୟ ପ୍ରାର୍ଥୀ ରାମଚନ୍ଦ୍ର ମୁର୍ମୁଙ୍କ ପାଇଁ ପ୍ରଚାର କରିଛନ୍ତି ।