ଓଡିଶା

odisha

ETV Bharat / entertainment

ଓଡିଆ ଘରର ପରମ୍ପରା ନେଇ ଆସୁଛି ‘ପ୍ରଥା’

ଭୁବନେଶ୍ବରର ଏକ ଘରୋଇ ତାରକା ହୋଟେଲରେ ‘ପ୍ରଥା’ ଚଳଚ୍ଚିତ୍ରର ମହୁରତ୍ କରାଯାଇଛି । ‘ପ୍ରଥା’ ହେଉଛି ଓଡ଼ିଶାର କାହାଣୀ ଏବଂ ଏହା ଲୋକଙ୍କ ହୃଦୟକୁ ଛୁଇଁବ ବୋଲି ଆଶା ରଖିଛନ୍ତି ପ୍ରଯୋଜକ । ଅଧିକ ପଢ଼ନ୍ତୁ

ଏକ ନିଛକ ଓଡିଆ କାହାଣୀ କୁ ନେଇ  ଆସୁଛି ଚଳଚ୍ଚିତ୍ର ‘ପ୍ରଥା’
ଏକ ନିଛକ ଓଡିଆ କାହାଣୀ କୁ ନେଇ ଆସୁଛି ଚଳଚ୍ଚିତ୍ର ‘ପ୍ରଥା’

By

Published : Feb 13, 2023, 11:26 AM IST

ଏକ ନିଛକ ଓଡିଆ କାହାଣୀ କୁ ନେଇ ଆସୁଛି ଚଳଚ୍ଚିତ୍ର ‘ପ୍ରଥା’

ଭୁବନେଶ୍ବର: ଏକ ନିଚ୍ଛକ ଓଡିଆ କାହାଣୀକୁ ନେଇ ଆସୁଛି ସାନ୍ଲିସା ସିଗ୍ନେଚର ଫିଲ୍ମସର ପ୍ରଥମ ଅବଦାନ ‘ପ୍ରଥା’ । ଭୁବନେଶ୍ବରର ଏକ ତାରକା ହୋଟେଲରେ ଏହି ଚଳଚ୍ଚିତ୍ରର ମହୁରତ୍ ହୋଇଯାଇଛି । ଏହି ଅବସରରେ ଓଡିଆ ଚଳଚ୍ଚିତ୍ର ଜଗତର ଭେଟେରାନ୍ ଅଭିନେତା ଉତ୍ତମ ମହାନ୍ତିଙ୍କ ସହ ‘ପ୍ରଥା’ର ନିର୍ଦ୍ଦେଶକ, ପ୍ରଯୋଜକ, ଅଭିନେତା ଓ ଅଭିନେତ୍ରୀଙ୍କ ଛଡା ଅନ୍ୟାନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ ।

ଯେପରି ଏଇ କାହାଣୀର ନାଁ’ ସେହିପରି କାହାଣୀ ଆମ ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ ବୋଲି ନିର୍ଦ୍ଦେଶକ କହିଛନ୍ତି । ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି ସ୍ବରାଜ ବାରିକ, ଶୀତଲ ପାତ୍ର ଓ ମୁମ୍ବାଇର ଜଣେ ଅଭିନେତ୍ରୀ ତଥା ମଡେଲ ସିମ୍ରନ କୌର ନଜର ଆସିବେ । ସିମ୍ରନ ଲୋକପ୍ରିୟ ଏନିମେସନ୍ ସିରିଜ ଡୋରେମନର ଭଏସ୍ ଆର୍ଟିଷ୍ଟ ଯିଏ ନୋବିତା ପାଇଁ ଭଏସ୍ ଦିଅନ୍ତି ।

ଏମାନଙ୍କ ଛଡା ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶଃ ଆଲୱାହଟ (ବଲିଉଡ୍ ଅଭିନେତା), ଆଶୁ ବର୍ମା, ରବି ମିଶ୍ର, ସତିଶ ପଟେଲ ଓ ଇଲ୍ଲୁ ବାନର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ ଏବଂ ଅସିତା ଶତପଥିଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ । ଆମେ ଯୁଗ ଯୁୁଗାନ୍ତରୁ ବହୁତ କିଛି ପ୍ରଥା, ପରମ୍ପରା ଓ ରୀତିନୀତି ବିନା ପ୍ରଶ୍ନରେ ମାନି ଆସୁଛେ । ଏଗୁଡିକ ମଧ୍ୟରୁ କିଛି ଭଲ ଆଉ କିଛି କ୍ଷତିକାରକ । ଏମିତି ବି କିଛି ପ୍ରଥା ଓ ରୀତିନୀତି ଅଛି ଯାହା ପୂର୍ବ କାଳରେ ଉପଯୁକ୍ତ ଥିଲା ହେଲେ ଆଜିର ସମୟରେ ମୂଲ୍ୟହୀନ । ଏସବୁ ଜାଣି ମଧ୍ୟ ଆମେ ସେ ସବୁକୁ ଅନୁକରଣ କରି ଆସୁଛେ ।

କାହାଣୀଟି ସେହିପରି କିଛି ପ୍ରଥା, ପରମ୍ପରା, ରୀତିନୀତି ଏବଂ ଏଥିରେ ଥିବା କିଛି ବିଶ୍ବାସ, ଅବିଶ୍ବାସ ଓ ଏଥିରେ ଆସିଥିବା ପରିବର୍ତ୍ତନକୁ ଆମ ସାଧାରଣ ଲୋକ କିପରି ଅପଣାଇବାକୁ ସକ୍ଷମ ଏବଂ ଅକ୍ଷମ ହେଉଛନ୍ତି, ତାକୁ ହିଁ ବାଖ୍ୟା କରୁଛି । ଗ୍ରାମାଞ୍ଚଳର ଜୀବନ ବଞ୍ଚିବା ଶୈଳୀ ଏବଂ ସହରାଞ୍ଚଳର ଜୀବନ ବଞ୍ଚିବା ଶୈଳୀ କେତେ ଅଲଗା, ସେଇଟା ଆମେ ଏହି ଚଳଚ୍ଚିତ୍ର ମାଧ୍ୟମରେ ଦେଖିବାକୁ ପାଇବା । ଏକା ଭଳି ପରିସ୍ଥିତିରେ ଥିଲେ ବି ଦୁଇଟା ଲୋକଙ୍କର ଜୀବନ କେତେ ଅଲଗା ହେଇପାରେ ତାହା ଏଇ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶକ କେ. ମୂରଲୀ କ୍ରୀଷ୍ଣା ଆପଣଙ୍କୁ ଦେଖାଇବାର ପ୍ରୟାସ କରିବେ ।

ସ୍ଵରାଜ ଲଭରବୟ ଭୂମିକାରୁ ବାହାରି ଏକ ନୂତନ ଧରଣର ଚରିତ୍ରରେ ଅଭିନୟ ନେଇ ବେଶ ଉତ୍ସାହିତ ଥିବା ସ୍ଵରାଜ କହିଛନ୍ତି । ଶୀତଲଙ୍କୁ ଜଣେ ଗାଁ ଝିଅର ଭୂମିକାରେ ଦେଖିବାକୁ ପାଇବେ ଦର୍ଶକ । ଏହା ଛଡା ବଲିଉଡ୍ ଅଭିନେତ୍ରୀ ସିମ୍ରନ କୌର ଜଣେ ଆଧୁନିକ, ସ୍ବାଧୀନ ନାରୀର ଚରିତ୍ରରେ ଆସିବେ । ଉଭୟ ଶିତଲ ଏବଂ ସିମ୍ରନ ଭିନ୍ ଭିନ୍ନ ପରିବେଶରେ ରହି ମଧ୍ୟ କିପରି ଏକା ଭଳି ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି ଏବଂ ଦୁହେଁ ସେହି ପରିସ୍ଥିତି ସାମ୍ନା କିପରି କରୁଛନ୍ତି, ତାହା ‘ପ୍ରଥା’ କାହାଣୀର ଏକ ମୁଖ୍ୟ ଅଂଶ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details