ଦୁବାଇ: ଆଡନ ମାର୍କ୍ରମ ଓ ରସି ଭାନ ଡର୍ ଡସନଙ୍କ ଦମଦାର ଇଂନିସ ବଳରେ ମଙ୍ଗଳବାର ଟି-୨୦ ବିଶ୍ବକପର ସୁପର ୧୨ ପର୍ଯ୍ୟାୟ ମ୍ୟାଚ୍ରେ ୱେଷ୍ଟଇଣ୍ଡିଜକୁ ୮ ୱିକେଟରେ ହରାଇଛି ଦକ୍ଷିଣ ଆଫ୍ରିକା । ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଉଭୟ ବୋଲିଂ ଓ ବ୍ୟାଟିଂରେ ପ୍ରଭାବୀ ପ୍ରଦର୍ଶନ କରିଥିଲା ।
୧୪୪ ରନ୍ର ବିଜୟ ଲକ୍ଷ୍ୟକୁ ପିଛା କରିଥିବା ଦକ୍ଷିଣ ଆଫ୍ରିକା ପାଇଁ ମ୍ୟାଚ୍ ବିଜୟୀ ଇଂନିସ ଖେଳିଥିଲେ ମାର୍କ୍ରମ ଓ ଡସନ ।