ନୂଆଦିଲ୍ଲୀ:କ୍ରିକେଟ ପ୍ରେମୀ ହୋଇଯାଆନ୍ତୁ ପ୍ରସ୍ତୁତ । କ୍ରିକେଟ ମହାସମର ପାଇଁ ଆଉ ମାତ୍ର କିଛି ଦିନ । 100 ଦିନର ଅପେକ୍ଷା ଅନ୍ତ ଘଟିବ । ଦିନିକିଆ କ୍ରିକେଟ ବିଶ୍ବକପର 13ତମ ସଂସ୍କରଣ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଭାରତରେ ଆୟୋଜନ ହେବାକୁ ଯାଉଛି । ଏନେଇ ଆଇସିସି କ୍ରୀଡାସୂଚୀ ପ୍ରକାଶ କରିଛି । ଅକ୍ଟୋବର 5ରୁ ନଭେମ୍ବର 19 ଯାଏଁ ବିଶ୍ବକପ ମ୍ୟାଚ ଖେଳାଯିବ । ନଭେମ୍ବର 19 ତାରିଖରେ ଫାଇନାଲ ଖେଳାଯିବ । କ୍ରୀଡାସୂଚୀ ମୁତାବକ ଆୟୋଜକ ଭାରତ 5ଥର ବିଶ୍ବ ବିଜୟୀ ଅଷ୍ଟ୍ରେଲିଆ ବିପକ୍ଷରେ ତା'ର ଅଭିଯାନ ଆରମ୍ଭ କରିବ । ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଏହା ଗୁଜୁରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ । ଅକ୍ଟୋବର 15 ତାରିଖରେ ପାରମ୍ପରିକ ପ୍ରତିନ୍ଦ୍ବନ୍ଦୀ ପାକିସ୍ତାନ ବିପକ୍ଷରେ ହାଇଭୋଲଟେଜ ମ୍ୟାଚ ରହିଛି ।
ଅକ୍ଟୋବର 5ରୁ ବିଶ୍ବକପ ଆରମ୍ଭ ହେବ । ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅହମ୍ମଦାବାଦରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଅଷ୍ଟ୍ରେଲିଆ ବିପକ୍ଷରେ ଅଭିଯାନ ଆରମ୍ଭ କରିବ ଭାରତ । ଅକ୍ଟୋବର 8 ତାରିଖରେ ଚେନ୍ନାଇରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ ଭାରତ । ଏହାପରେ ଅକ୍ଟୋବର 15 ତାରିଖରେ ପାରମ୍ପରିକ ପ୍ରତିନ୍ଦ୍ବନ୍ଦୀ ପାକିସ୍ତାନ ବିପକ୍ଷରେ ହାଇଭୋଲଟେଜ ମ୍ୟାଚ ଖେଳିବ ଭାରତ । ମୋଟ 10ଟି ଦଳକୁ ନେଇ ବିଶ୍ବକପ ଖେଳାଯିବ । ମୋଟ 10ଟି ଭେନ୍ୟୁରେ ସମସ୍ତ ବିଶ୍ବକପ ମ୍ୟାଚ ଖେଳାଯିବ । ସମସ୍ତ 10ଟି ଭେନ୍ୟୁ ଗୁଡିକ ହେଲା ହାଇଦ୍ରାବାଦ, ଅହମ୍ମଦାବାଦ, ଧର୍ମଶାଳା, ଦିଲ୍ଲୀ, ଚେନ୍ନାଇ, ଲକ୍ଷ୍ନୌ, ପୁନେ, ବେଙ୍ଗାଲୁରୁ. ମୁମ୍ବାଇ ଓ କୋଲକାତା ।