ଓଡିଶା

odisha

By

Published : Feb 12, 2021, 2:23 PM IST

ETV Bharat / sports

ଆନନ୍ଦପୁରରେ ଜାତୀୟସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଠାରେ ବାବା ରାମେଶ୍ବର ଆଞ୍ଚଳିକ ଯୁବକ ସଂଘ ପକ୍ଷରୁ ଜାତୀୟସ୍ତରୀୟ ରାତ୍ରକାଳୀନ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଛି । ଏଥିରେ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରତିଷ୍ଠିତ 6ଟି ଟିମ ଅଂଶ ଗ୍ରହଣ କରିଛନ୍ତି । ଅଧିକ ପଢନ୍ତୁ...

ଆନନ୍ଦପୁରରେ ଜାତୀୟସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଆନନ୍ଦପୁରରେ ଜାତୀୟସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଠାରେ ବାବା ରାମେଶ୍ବର ଆଞ୍ଚଳିକ ଯୁବକ ସଂଘ ପକ୍ଷରୁ ଜାତୀୟସ୍ତରୀୟ ରାତ୍ରକାଳୀନ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାଏକ , ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଓ ଜିଲ୍ଲା ବିଜେଡି ସଭାପତି ମାଧବ ସର୍ଦ୍ଦାରଙ୍କ ସମେତ ଜିଲ୍ଲାର ସମସ୍ତ ବିଧାୟକ ଯୋଗଦେଇ ଫିତା କାଟିବା ସହ ଟ୍ରଫି ଉନ୍ମୋଚନ କରିଥିଲେ ।

ଆନନ୍ଦପୁରରେ ଜାତୀୟସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଏଥିରେ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରତିଷ୍ଠିତ 6ଟି ଟିମ ଅଂଶ ଗ୍ରହଣ କରିଛନ୍ତି। ପ୍ରଥମ ମ୍ୟାଚରେ ହରିଆଣାକୁ ହରାଇ ବାଲେଶ୍ଵର ସ୍ପୋର୍ଟ୍ସ ହଷ୍ଟେଲ ବିଜୟୀ ହୋଇଥିଲା। ଏହି ମ୍ୟାଚ ଦେଖିବାକୁ ବହୁସଂଖ୍ୟାରେ ଦର୍ଶକ ଉପସ୍ଥିତ ଥିଲେ ।

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

ABOUT THE AUTHOR

...view details