ଭୁବନେଶ୍ବର:ଓଡିଶାରେ ଅନୁଷ୍ଠିତ ହେବ ହକି ବିଶ୍ବ କପ । 2023 ମସିହାରେ ଓଡିଶାର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାଠାରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏହି ଅନ୍ତର୍ଜାତୀୟ କ୍ରୀଡ଼ାର ବିଭିନ୍ନ ମ୍ୟାଚ ଖେଳାଯିବ । ଏନେଇ ଏବେଠୁ ତତ୍ପର ରାଉରକେଲା । ଲଗାତାର ଭାବେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରୁଛି ।
ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା । ଖୁବଶୀଘ୍ର ଏହି ଅନ୍ତର୍ଜାତୀୟ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି ସେ ସୂଚନା ଦେଇଛନ୍ତି । ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିବା ପାଇଁ ସୁବିଧା କରାଯାଇଛି ।