ଅନୁଗୋଳ: ଶୁକ୍ରବାର ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୧୦୭ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ୪୭୨୭ ରେ ପହଁଚିଥିବା ଜିଲା ସୂଚନା ଲୋକ ସମ୍ପର୍କ କର୍ଯ୍ୟାଳୟ ପକ୍ଷରୁ ଜାରି ଏକ ପ୍ରେସ ବିବୃତ୍ତିରେ ସୂଚନା ଦିଆଯାଇଛି ।
ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ବାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଜି ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୦ରେ ପହଞ୍ଚିଛି । ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ସର୍ବାଧିକ ୩୦ ଜଣ, କଣିହାଁରୁ ୨୬, ବଅଁରପାଳରୁ ୨୨ ଜଣ, ପାଳଲହଡାରୁ ୯ ଜଣ, ତାଳଚେରରୁ ୭ ଜଣ, ଅନୁଗୋଳ ବ୍ଳକରୁ ୬ ଜଣ, ଛେଣ୍ଡିପଦାରୁ ୫ ଜଣ ଓ କିଶୋରନଗରରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି ।