ଅନୁଗୋଳ:ବିଜୁଳି ବିଲ ଵୃଦ୍ଧିକୁ ବିରୋଧ କରି ରାଜରାସ୍ତାରେ କଂଗ୍ରେସ । ଅନୁଗୋଳ ବିଜୁଳି କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି ।
କୋଭିଡ ମହାମାରୀ ଯୋଗୁଁ ରାଜ୍ୟବାସୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ପଡିଥିବାବେଳେ ରାଜ୍ୟ ସରକାରଙ୍କ ବିଦ୍ୟୁତ ଦର ବୃଦ୍ଧି ସାଧାରଣ ଜନତାଙ୍କ ଉପରେ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି । ତେଣୁ ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସଭାପତି ବିପ୍ଲବ ଜେନାଙ୍କ ନେତୃତ୍ବରେ ବର୍ଦ୍ଧିତ ଦର ପ୍ରତ୍ୟାହାର ଦାବି ହୋଇଛି । ଏ ନେଇ ସୋମବାର ସକାଳ ୯ ଘଟିକା ଠାରୁ ୧ ଘଟିକା ପର୍ଯ୍ୟନ୍ତ ଅନୁଗୋଳ ମୁଖ୍ୟ ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ଗଣଧାରଣା ଦିଆଯାଇଥିଲା ।