ଓଡିଶା

odisha

ETV Bharat / state

ସୁନ୍ଦରଗଡ-ଅନୁଗୋଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ - ମହାନଦୀ କୋଲ୍ ଫିଲ୍ମ

ସୁନ୍ଦରଗଡ଼ ଓ ଅନୁଗୋଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ମହାବିଦ୍ୟାଳୟ । ଅଧିକ ପଢନ୍ତୁ...

ସୁନ୍ଦରଗଡ-ଅନୁଗୋଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ସୁନ୍ଦରଗଡ-ଅନୁଗୋଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

By

Published : May 9, 2021, 10:11 AM IST

ଭୁବନେଶ୍ବର: ରାଜ୍ୟର ସୁନ୍ଦରଗଡ଼ ଏବଂ ଅନୁଗୋଳ ଜିଲ୍ଲାରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ (କେଭି) ପ୍ରତିଷ୍ଠା ହେବ । ତେବେ ଏଥିଲାଗି ମହାନଦୀ କୋଲ୍ ଫିଲ୍ଡସ (MCL) ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସୁନ୍ଦରଗଡ-ଅନୁଗୋଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ସୁନ୍ଦରଗଡ ଲୋକସଭା ସାଂସଦ ଜୁଏଲ ଓରାମ, ବରଗଡ ସାଂସଦ ସୁରେଶ ପୂଜାରୀ, ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ପତ୍ର ଆଧାରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖି ଏମସିଏଲ୍ ଦ୍ଵାରା ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ଅନୁଗୋଳ ଜିଲ୍ଲାରେ ୩ଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିଲେ ।

ସୁନ୍ଦରଗଡ-ଅନୁଗୋଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଏହାଦ୍ଵାରା ଉକ୍ତ ଜିଲ୍ଲାର ଛାତ୍ରଛାତ୍ରୀମାନେ ବିଶେଷ ଭାବେ ଉପକୃତ ହୋଇପାରିବେ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ ।ଏହି ପତ୍ରର ପ୍ରତ୍ୟୁତ୍ତରରେ କୋଇଲା ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କୁ ପତ୍ର ଲେଖିଥିଲେ । ସୁନ୍ଦରଗଡ଼ ଜିଲ୍ଲାର ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଞ୍ଚଳରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଏମଏସିଏଲ ବୋର୍ଡ ଅନୁମୋଦନ ଦେଇଥିବା ସେ କହିଛନ୍ତି ।

ପ୍ରାଥମିକ ଶିକ୍ଷା ସ୍ତରରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ଜାତୀୟ ଶିକ୍ଷା ନୀତି ୨୦୨୦ରେ ମୁଖ୍ୟ ଏଜେଣ୍ଡା ରହିଛି ଏହି ଖଣିଖାଦାନ ଅଂଚଳରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବା ଦ୍ବାରା ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଗୁଣାତ୍ମକ ଶିକ୍ଷା ପାଇପାରିବେ ଏବଂ ସ୍ଥାନୀୟ ଲୋକଙ୍କର ଆକାଂକ୍ଷା ମଧ୍ୟ ପୂରଣ ହୋଇପାରିବ ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ABOUT THE AUTHOR

...view details