ଓଡିଶା

odisha

ETV Bharat / state

ଭୋଟଗ୍ରହଣ ବେଳେ ପୋଲିଂ କର୍ମଚାରୀ ମୃତ

ମତଦାନ କାର୍ଯ୍ୟ ଚାଲିଥିବା ବେଳେ ସେ ହଠାତ୍‌ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

By

Published : Apr 23, 2019, 7:00 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଅନୁଗୋଳ

ଅନୁଗୋଳ: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ବ୍ଲକର 41 ନମ୍ବର ବୁଥରେ ଭୋଟ ଗ୍ରହଣ ବେଳେ ଟଳି ପଡିଲେ ପୋଲିଂ କର୍ମଚାରୀ । ମୃତ ନବକିଶୋର ନାୟକ ହିନ୍ଦୋଳ ପ୍ରାଣୀଧନ ଚିକିତ୍ସାଳୟର ୪ର୍ଥ ଶ୍ରେଣୀ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଅନୁଗୋଳ

ସୂଚନା ଅନୁଯାୟୀ ପରଜଙ୍ଗ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଙ୍କଡ଼ାହାଡ଼ କଣ୍ଟାପାଳ ଥଇଥାନ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୧ନଂ ବୁଥ୍‌ରେ ନବକିଶୋର ୪ର୍ଥ ପୋଲିଂ ଅଧିକାରୀଭାବେ ନିୟୋଜିତ ହୋଇଥିଲେ । ମତଦାନ କାର୍ଯ୍ୟ ଚାଲିଥିବା ବେଳେ ସେ ହଠାତ୍‌ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ତେବେ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ABOUT THE AUTHOR

...view details