ଓଡିଶା

odisha

ETV Bharat / state

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ପ୍ରତିବାଦ

ନିର୍ବାଚନ ବାତିଲକୁ ନେଇ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ପ୍ରତିବାଦ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ପ୍ରତିବାଦ କରି ସହରର ରାଜା ଛକରେ ଛାତ୍ର ନେତାମାନେ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ପ୍ରତିବାଦ

By

Published : Aug 24, 2019, 10:34 PM IST

ଅନୁଗୋଳ: ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ପ୍ରତିବାଦ । ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରିବା ସହ ନିଷ୍ପତ୍ତି ବଦଳାଇବାକୁ ଛାତ୍ର ନେତାମାନେ ଦାବି କରିଛନ୍ତି । ଏଥିସହ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି ବିକ୍ଷୋଭକାରୀ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଅନୁଗୋଳ

ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ରଦ୍ଦ ପାଇଁ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଯାହାକୁ ନେଇ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ସରକାରଙ୍କ ନିଷ୍ପତ୍ତିକୁ ପ୍ରତିବାଦ କରି ସହରର ରାଜା ଛକରେ ଛାତ୍ର ନେତାମାନେ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ ଇଟିଭି ଭାରତ

ABOUT THE AUTHOR

...view details