ଓଡିଶା

odisha

By

Published : Aug 22, 2019, 8:26 PM IST

ETV Bharat / state

ଓଲଟି ପଡିଲା ସ୍କୁଲବସ, 8 ଛାତ୍ରଛାତ୍ରୀ ଆହତ

ବଲାଙ୍ଗୀର ଫାସଡ ସ୍ଥିତ ଅରବିନ୍ଦ ପୂର୍ଣ୍ଣାଙ୍ଗ ସ୍କୁଲବସ ଦୁର୍ଘଟଣାଗ୍ରସ୍ତ ହୋଇଛି । 40 ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଆଠ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବଲାଙ୍ଗୀର

ବଲାଙ୍ଗୀର: ଗୁରୁବାର ବଲାଙ୍ଗୀରରେ ଏକ ସ୍କୁଲବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଆଠ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ଜଣେ ଶିକ୍ଷୟିତ୍ରୀ ମଧ୍ୟ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ବଲାଙ୍ଗୀର ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବଲାଙ୍ଗୀର

ତେବେ ଫାସଡ ସ୍ଥିତ ଅରବିନ୍ଦ ପୂର୍ଣ୍ଣାଙ୍ଗ ସ୍କୁଲବସ 40 ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆସୁଥିବା ବେଳେ ଶଙ୍କର ଭୋଜି ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା ।

ବଲାଙ୍ଗୀରରୁ ଶେଖ ମହମ୍ମହ ୱାହିଦ, ଇଟିଭି ଭାରତ

ABOUT THE AUTHOR

...view details