ବଲାଙ୍ଗୀର : ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 25 ଜଣ ଗୁରୁତର ଆହତ ହୋଇଛନ୍ତି । ପୋଲିସ, ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବିଭାଗ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ।
ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, 25 ଗୁରୁତର - bus crashed in balangir one dead
ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 25 ଗୁରୁତର ଆହତ ହୋଇଛନ୍ତି । ପୋଲିସ, ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବିଭାଗ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଅଧିକ ପଢନ୍ତୁ...
ଘରୋଇ ବସ୍ ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ 25 ଗୁରୁତର
ଘରୋଇ ବସ୍ ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ 25 ଗୁରୁତର
ଆଜି ନୂଆପଡ଼ା ଜିଲ୍ଲା ଖରିଆରରୁ ଭବାନୀପାଟଣା ଯାଉଥିବା ମଣିବାବା ଘରୋଇ ବସ୍ ବଲାଙ୍ଗୀର ସିନ୍ଧେକେଲା ତୁରକା ଭଟା ଛକ ଠାରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା । ତେବେ ମୃତକଙ୍କ ପରିଚୟ ଏଯାଏଁ ମିଳି ପାରି ନଥିବାବେଳେ ପୋଲିସ ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଛନ୍ତି ।
ବଲାଙ୍ଗୀରରୁ ଶେଖ ମହମ୍ମଦ ଓ୍ବାହିଦ, ଇଟିଭି ଭାରତ