ବଲାଙ୍ଗୀର: ପାଟଣାଗଡ ବିଧାୟକଙ୍କ ଦବଙ୍ଗଗିରି ଘଟଣା । ବିସ୍ତୃତ ରିପୋର୍ଟ ତଲବ କରିଛନ୍ତି ବଲାଙ୍ଗୀର ଜିଲ୍ଲାପାଳ । ରିପୋର୍ଟ ହସ୍ତଗତ ହେଲା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ପାଟଣାଗଡ ଉପଜିଲ୍ଲାପାଳ ଘଟଣାର ତଦନ୍ତ ଦାୟିତ୍ବ ନେଇଛନ୍ତି ।
କେବଳ ଓଡିଶାରେ ନୁହେଁ, ରାଜ୍ୟ ବାହାରେ ମଧ୍ୟ ବିଧାୟକ ସରୋଜ ମେହେରଙ୍କ ଦବଙ୍ଗଗିରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ପୂର୍ତ୍ତବିଭାଗର ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ କାନଧରି ବସଉଠ୍ କରାଇ ଅଡୁଆରେ ପାଟଣାଗଡର ବିଜେଡି ବିଧାୟକ । କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମହଲରୁ ଏବେ ଦାବି ହୋଇଛି । ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ନିଆଗଲେ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ଆଦିବାସୀ ସଙ୍ଘ ।