ଭୁବନେଶ୍ବର:ବଲାଙ୍ଗୀରରେ ଥିବା ଶକ୍ତିପୀଠ ମା’ ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଏଥିଲାଗି ମାଷ୍ଟରପ୍ଲାନ ପ୍ରସ୍ତୁତ ହେଉଛି ବୋଲି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ସୂଚନା ଦେଇଛନ୍ତି ।
ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ବଲାଙ୍ଗୀରର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ୱରୀ ମନ୍ଦିର ପରିସରରେ ବିଭିନ୍ନ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି । ମନ୍ଦିର ପ୍ରାଙ୍ଗଣରେ ଗୋଟିଏ ୱାଟରକୁଲର ଓ ପ୍ୟୁରିଫାୟର ମେସିନକୁ ଲୋକାର୍ପଣ କରିଛନ୍ତି ଶ୍ରୀମୟୀ । ସ୍ଥାନୀୟ ଜନସାଧାରଣଙ୍କ ଅନୁରୋଧରେ ଶ୍ରଦ୍ଧାଳୁଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ଏହି ପଦକ୍ଷେପ ନିଆଯାଇଛି ।